ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ।

ନୟାଗଡ଼ ; ତା-୨୬/୧୨(ବିଏମସି ଟିଭି ଓଡ଼ିଆ)

ବିଜୁ ଜନତା ଦଳ ୨୮ ତମ ପ୍ରତିଷ୍ଠା ଦିବସ ଅବସରରେ ଆଜି ନୟାଗଡ଼ ବିଜୁ ଜନତା ଦଳ କାର‌୍ୟ୍ୟାଳୟରେ ପାଳନ କରାଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ତାଙ୍କ ବକ୍ତବ୍ୟରେ ଆଜିର ସରକାର ଦବା ସରକାର ନୁହେଁ ନବା ସରକାର ବୋଲି ପ୍ରକାଶ କରିଛନ୍ତି । ନବୀନ ପଟ୍ଟନାୟକଙ୍କ ସରକାରରେ ଦୃତ ବିକାଶ ହୋଇଥିଲା । ବର୍ତ୍ତମାନ ସରକାର ଦୃତ ବିଫଳତା ଆଡ଼କୁ ଅଗ୍ରସର ହେଉଛି । ଆଜିର ଦିନରେ ଜନ ମତ ପ୍ରଭାବିତ ହୋଇଛି । ରାଜନୀତିରେ ସାଳିନତା କେବେ ହରାଇବ ନାହିଁ ବୋଲି କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି ଅରୁଣ ।

ଆଜିର ଦରଦାମ ବୃଦ୍ଧି ଲୋକଙ୍କୁ ବହୁତ ବାଧୁଛି । ଦରଦାମ କାହିଁକି ବୃଦ୍ଧି ହେଉଛି ଲୋକମାନେ ବୁଝିବା ଆରମ୍ଭ କଲେଣି । ରାଜ୍ୟ ସରକାର ଦୁଇ ପ୍ରକାର କଥା କହି ଲୋକଙ୍କୁ ଭ୍ରମିତ କରୁଛନ୍ତି । ଆଗାମୀ ଦିନରେ ଚାଷୀଙ୍କ ପାଇଁ ଦଳ ଲଢ଼େଇ ଜାରି ରଖିବ । ଆସନ୍ତା ୨୮ ତାରିଖରେ ଚାଷୀଙ୍କ କ୍ଷତି ପୁରଣ ନିମନ୍ତେ ଦାବି ପ୍ରଦାନ କରାଯିବ । ଅଦିନିଆ ବର୍ଷାରେ ଚାଷୀଙ୍କର ଅନେକ ଫସଲ ନଷ୍ଟ ହୋଇଛି । ଏ ସରକାର ଚାଷୀଙ୍କ କଥା ଏପର‌୍ୟ୍ୟନ୍ତ ବୁଝି ପାରିଲା ନାହିଁ । ବିଜୁ ଜନତା ଦଳକୁ ସଙ୍ଗଠିତ ହୋଇ କାମ କରିବା ପାଇଁ ଡ. ସାହୁ ପରାମର୍ଶ ଦେଇଛନ୍ତି ।

ଆଜିର ବୈଠକରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ନୟାଗଡ଼ ପୌରାଧ୍ୟକ୍ଷା ନିରୁପମା ଖଟ୍ଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଜିଲ୍ଲା ପରିଷଦ କ୍ଷୀରୋଦ କୁମାର ମହାପାତ୍ର, ସରୋଜ କୁମାର ରଣସିଂ, ବରିଷ୍ଠ ନାଗରିକ ମଞ୍ଚ ସଭାପତି ପ୍ରତାପ ନନ୍ଦ, ନୟାଗଡ଼ ପୌର ପରିଷଦ ବିଜେଡି ସଭାପତି ଅମୁଲ୍ୟ ମହାନ୍ତି, ନୟାଗଡ଼ ବ୍ଲକ ବିଜେଡି ସଭାପତି ଅଜିତ ପ୍ରସାଦ ସାହୁ, ନୟାଗଡ଼ ଜିଲ୍ଲା ଯୁବ ବିଜେଡି ସଭାପତି ଦୁର‌୍ୟ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡାଙ୍କ ସମେତ ବହୁ କର୍ମକର୍ତ୍ତା ଯୋଗ ଦେଇଥିଲେ ।

ନୟାଗଡ଼ ରୁ ବିକ୍ରମ ସ୍ବାଇଁ ଙ୍କ ରିପୋର୍ଟ ବିଏମସି ନ୍ୟୁଜ୍ ଓଡିଶା।

Leave a Reply

Your email address will not be published. Required fields are marked *