ବୋଲଗଡ଼ ; ତା-୦୪/୦୨: (ବିଏମସି ଟିଭି ଓଡ଼ିଆ)
ବୋଲଗଡ଼ ଶିକ୍ଷାବ୍ଲକ ଅନ୍ତର୍ଗତ ତାଳତୁମ୍ବ ସ୍ଥିତ ପଶିମେଶ୍ୱରଦେବ ସରକାରୀ ଉଚ୍ଚ ବିଦ୍ୟାଳୟ ଆନୁକୁଲ୍ୟରେ ବୋଲଗଡ଼ ମଣ୍ଡଳ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଏବଂ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ପ୍ରଦର୍ଶନୀ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି ।

ଏହି ନିପୁଣ ମେଳା କାଯ୍ୟକ୍ରମରେ ଆୟୋଜିତ ଉଦ୍ଘାଟନୀ ସଭାରେ ବୋଲଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ଗୋକୁଳ ଚନ୍ଦ୍ର ବଳବନ୍ତରାୟ ସଭାପତିତ୍ବରେ ଏବଂ ଶିକ୍ଷକ ସନ୍ତୋଷ ସାମଲ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ବୋଲଗଡ଼ ବ୍ଲକ ଅଧ୍ୟକ୍ଷା ହୁଲାସ ପ୍ରଧାନ , ମୁଖ୍ୟ ବକ୍ତା ଭାବେ ବ୍ଲକ ଉପାଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁ ଓ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ସୁବାସ ଚନ୍ଦ୍ର ରାୟଗୁରୁ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ହରିବନ୍ଧୁ ତ୍ରିପାଠୀ, ସହଗୋଷ୍ଠୀ ଶିକ୍ଷାଧିକାରୀ କୈଳାସ ନାଥ ସ୍ବାଇଁ, ଅମିତା ମିଶ୍ର , ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତି ସିଂହ , ବିଦ୍ୟାଳୟ ପରିଚାଳନା ପରିଷଦ ଅଧ୍ୟକ୍ଷ ପବିତ୍ର କୁମାର ବେହେରା ପ୍ରମୁଖ
ଯୋଗ ଦେଇଥିଲେ ।

ଅପରାହ୍ନରେ ଅନୁଷ୍ଠିତ ଉଦଯାପନୀ ସଭାରେ ବୋଲଗଡ଼ ମଣ୍ଡଳ ସଂଯୋଜକ କୈଳାସ ନାଥ ସ୍ୱାଇଁ ସଭାପତିତ୍ୱ ଏବଂ ଶିକ୍ଷକ ବିଜୟ କୁମାର ସାହୁ ସଂଯୋଜନା କରିଥିଲେ। ଏଥିରେ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବେହେରା ମୁଖ୍ୟ ଅତିଥି, ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ପ୍ରତିଷ୍ଠାନ ପ୍ରଶିକ୍ଷିକା ଡ଼.ମଞ୍ଜୁଲତା ହାଂସଦା ମୁଖ୍ୟ ବକ୍ତା, ଚତୁର୍ଭୁଜ ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ବାଇଁ, ଦେଉଳି ସାଧନ କେନ୍ଦ୍ର ସଂଯୋଜକ ରବୀନ୍ଦ୍ର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଅଂଶ ଗ୍ରହଣ କରିଥିବା ପ୍ରଥମ ଶ୍ରେଣୀରୁ ତୃତୀୟ ଶ୍ରେଣୀର ମୋଟ ୯୦ ଜଣ ବିଦ୍ୟାର୍ଥୀଙ୍କୁ ପୁରସ୍କାର ବିତରଣ କରିଥିଲେ। ଏହି ମେଳାରେ ୯୦ ଜଣ ଅଭିଭାବକ ଅଭିଭାବିକା, ୧୪ ଜଣ ସାଧନ କେନ୍ଦ୍ର ସଂଯୋଜକ ମିଳିତ ଭାବେ ସାମିଲ ହୋଇ ସହଯୋଗ କରି ମେଳାକୁ ସଫଳ କରିଥିଲେ।

ଏହି ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସାହାଯ୍ୟ ସହଯୋଗ କରିଥିଲେ । ପଶ୍ଚିମେଶ୍ୱରଦେବ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସିଂହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ବିଏମସି ନ୍ୟୁଜ ଓଡିଶା ।