ଜିଲ୍ଲାସ୍ତରୀୟ ବିକାଶ ମେଳା ଷଷ୍ଠ ସନ୍ଧ୍ୟାର କାର୍ଯ୍ୟକ୍ରମ ।


 
ଗଜପତି:- ତା – ୧୯/୦୬/୨୫ (ବିଏମସି ଟିଭି ଓଡ଼ିଆ)


ଆଜି ଜିଲ୍ଲାସ୍ତରୀୟ ବିକାଶ ମେଳା, ପରମ୍ପାରିକ ଖାଦ୍ୟ ମେଳା ଓ ଆମ୍ବ ମେଳାର ଷଷ୍ଠ ସନ୍ଧ୍ୟା କାର୍ଯ୍ୟକ୍ରମରେ ଜିଲ୍ଲାଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀ ସୌଭାଗ୍ୟ ସ୍ମୃତିରଞ୍ଜନ ତ୍ରିପାଠୀ, ଉପମୁଖ୍ୟ ନିର୍ବାହୀ ଅଧିକାରୀ ଓରମାସ ଶ୍ରୀ ସୁଭଳ କୁମାର ଜେନାମଣି ଉପସ୍ଥିତ ରହି ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ହିତାଧିକାରୀଙ୍କୁ ପ୍ରାଞ୍ଜଳ ଭାବରେ ସଚେତନତା କରେଇଥିଲେ । ପରେ ପରେ ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟଳୟ ପକ୍ଷରୁ ୯ ଜଣକୁ ସରକାରଙ୍କ ତରଫରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ପଞ୍ଚମ ସନ୍ଧ୍ୟାର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଶ୍ରୀ ଶଙ୍କର କେରକେଟା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଉପନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ସୁଶାନ୍ତ ରଞ୍ଜନ ଦାସ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଥିଲେ। ପରେ ପରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଆଜିର ଏହି କାର୍ଯ୍ୟକ୍ରମରେ ଡେପୁଟି ସିଓ ଓରମାସ୍ ଶ୍ରୀ ସୁଭଳ ଜେନାମଣି, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ମାୟାଧର ସାହୁ,ସହକାରୀ ନିର୍ବାହୀ ଅଧିକାରୀ ଶ୍ରୀ ଭେଙ୍କଟ ରାଓ ଆଚାରୀ , ଜିଲ୍ଲା ପ୍ରକଳ୍ପ ପରିଚାଳକ , ଓଡ଼ିଶା ଜୀବିକା ମିଶନ ଗଜପତି ଶ୍ରୀ ଟିମନ ଵାରା ସମେତ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଗଜପତି ରୁ ମନୋଜ କୁମାର ପାଢ଼ୀ ଙ୍କ ରିପୋର୍ଟ ବିଏମସି ନ୍ୟୁଜ ଓଡିଶା।

Leave a Reply

Your email address will not be published. Required fields are marked *