ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ।

ନୟାଗଡ  ; ତା-୦୫/୦୨(ବିଏମସି ଟିଭି ଓଡ଼ିଆ)

ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ ଶ୍ରେଣୀ ପିଲାମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ହେଉଛି ଶିକ୍ଷଣର ମୂଳ ପର୍ଯ୍ୟାୟ । ଏହାକୁ ଆଧାର କରି ଗତ କାଲି ଅନୁଷ୍ଠିତ ହୋଇଥିବା କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ସମସ୍ତ ୧୫ଟି କ୍ଲଷ୍ଟରର ମନୋନୀତ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦାନ କରି ମୌଳିକ ସଂଖ୍ୟା ଜ୍ଞାନ ସମ୍ପର୍କିତ ଅନୁଷ୍ଠିତ ପ୍ରଦର୍ଶନୀରେ ଅଂଶ ଗ୍ରହଣ କରିଥିଲେ । ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦାନ କରି ଏହାକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ରାଜସୁନାଖଳା ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ,ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ ମଲ୍ଲିକ, ଧନେଶ୍ୱର ସେଠୀ ଏବଂ ନିରଞ୍ଜନ ନାୟକ ପ୍ରମୁଖ ଯୋଗଦାନ କରି ପ୍ରାଥମିକ ସ୍ତରରେ ପିଲାମାନେ ମୌଳିକ ସଂଖ୍ୟା ଏବଂ ସାକ୍ଷରତା ସମ୍ପର୍କରେ ଆଲୋଚନା କରିଥିଲେ। ନୟାଗଡ଼ ନିୟୁଟାଉନ କ୍ଲଷ୍ଟର ସିଆରସିସି ପ୍ରଦୀପ୍ତ କୁମାର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ନିପୁଣ ମେଳାରେ ବ୍ଲକର ସମସ୍ତ କ୍ଲଷ୍ଟରରେ କାର୍ଯ୍ୟରତ ସିଆରସିସି ଏବଂ ଗାଇଡ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଯୋଗଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ପିଲାମାନେ ସଂକୃତିକ କାର୍ଯ୍ୟକ୍ରମ ପରିବେଷଣ କରିବା ସହିତ ବିଭିନ୍ନ ସଚେତନତା ବାର୍ତ୍ତା ପ୍ରଚାର କରିଥିଲେ। ଶେଷରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କାର ଏବଂ ମାନପତ୍ର ପ୍ରଦାନ କରିଥିଲେ।

ନୟାଗଡ  ରୁ ବିକ୍ରମ ସ୍ବାଇଁ ଙ୍କ ରିପୋର୍ଟ ବିଏମସି ନ୍ୟୁଜ ଓଡିଶା।

Leave a Reply

Your email address will not be published. Required fields are marked *