ନୟାଗଡ଼ ;ତା-୧୮/୧୨(ବିଏମସି ଟିଭି ଓଡ଼ିଆ)
ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ସମାରୋହ ଜିଲ୍ଲା ପରିଷଦ ସୃଜନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ବିଭାଗ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ସମଗ୍ର ଶିକ୍ଷା ବାଳିକା ସଂଯୋଜିକା ଶ୍ରାବଣୀ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସମାରୋହରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ , ଜିଲ୍ଲା କଲ୍ୟାଣ ଅଧିକାରୀ ଅର୍ଚ୍ଚନା କହଁର, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ ସଦସ୍ୟ ପ୍ରମୁଖ ଯୋଗଦାନ କରିଥିଲେ। ଏହି ଅବସରରେ ଜିଲ୍ଲାସ୍ତରରେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ। ସେହିପରି ଶ୍ରେଷ୍ଠ ସ୍ୱୟଂ ସହାୟକ ଗୋଷ୍ଠୀ ଭାବରେ ଲେଙ୍କୁଡ଼ିପଡ଼ା ମା’ ତାରିଣୀ ସ୍ୱୟଂ ସହାୟକ ଗୋଷ୍ଠୀକୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଶ୍ରେଷ୍ଠ ବାଲ୍ୟ ବିବାହ ପ୍ରତିରୋଧି ଯୋଦ୍ଧା ଭାବେ ତୃପ୍ତିମୟୀ ପାଣିଗ୍ରାହୀ, ଶ୍ରେଷ୍ଠ ଆଶାକର୍ମୀ ଭାବେ ମମତା ବେହେରା, ଶ୍ରେଷ୍ଠ ଅଙ୍ଗନବାଡି କର୍ମୀ ସଂଗୀତା ଦାଶ, ଶ୍ରେଷ୍ଠ ବାଳିକା ଖେଳାଳି ମିନତୀ ସାହୁ ଏବଂ ଶ୍ରେଷ୍ଠ କୋ-କରିକୁଲାର ତଥା ରାଜ୍ୟସ୍ତରୀୟ ଶ୍ରେଷ୍ଠ ବକ୍ତୃତା ପ୍ରତିଯୋଗୀ ଏବଂ ମହକ ପ୍ରତିଯୋଗୀ ହିସାବରେ ନୟାଗଡ଼ ତପସ୍ୟା ଗୃହର ସନ୍ଧ୍ୟାରାଣୀ ବରାଡ଼ଙ୍କୁ ଉପଢୌକନ ତଥା ମାନପତ୍ର ଦେଇ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମଗ୍ର ଶିକ୍ଷା ବିଭାଗର ସମସ୍ତ କର୍ମଚାରୀ, ଶିଶୁ ସୁରକ୍ଷା ୟୁନିଟର ସଦସ୍ୟ ତଥା ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ସହଯୋଗ କରିଥିଲେ।
ନୟାଗଡ଼ ରୁ ବିକ୍ରମ ସ୍ବାଇଁ ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡ଼ିଶା।