ଗଜପତି ; ତା-୩୦/୧୨(ବିଏମସି ଟିଭି ଓଡ଼ିଆ)
ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ରମ୍ଫା ଗ୍ରାମ ପଞ୍ଚାୟତ ସମେତ ଶବରା ଓ ଲାବଣ୍ୟଗଡ଼ ପଞ୍ଚାୟତର ସମୁଦାୟ ମୋଟ-୯୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।

ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୦ ଓ ୭ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଅନ୍ୟ ସମସ୍ତ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋସାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଏନ.ବିରାରାଜୁ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଅଂଶୁମାନ ମହାପାତ୍ର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋରା ଚନ୍ଦ୍ର ପଟ୍ଟନାୟକ,ତହସିଲଦାର ନାରାୟଣ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ଗଜପତି ରୁ ମନୋଜ କୁମାର ପାଢୀ ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡ଼ିଶା।