ନୟାଗଡ଼ ;ତା-୩୧/୦୩(ବିଏମସି ଟିଭି ଓଡ଼ିଆ)
ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ଏକ ମାସିକ ବୈଠକ ସ୍ଥାନୀୟ ମୈତ୍ରୀ ଯୁବ ସଂସଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମିଶନ ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚିନ୍ମୟ ମିଶନ ପକ୍ଷରୁ ନିକଟରେ ଅନୁଷ୍ଠିତ ବିଦ୍ୟାଳୟ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ସଫଳତା ସହିତ ଶେଷ ହୋଇଥିବାରୁ ସମସ୍ତ ସଦସ୍ୟ ମାନଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା। ଏହା ପରେ ଗୁରୁ ବନ୍ଦନା ଏବଂ ଗୀତା ଆବୃତ୍ତି କରାଯାଇ ଏହା ଉପରେ ବ୍ୟାଖ୍ୟା କରାଯାଇଥିଲା। ଚିନ୍ମୟ ମିଶନ ନୟାଗଡ଼ ଶାଖାର ନିଜସ୍ୱ ଗୃହ ନଥିବାରୁ ଗୃହ ନିର୍ମାଣ ନିମନ୍ତେ ଏକ ସରକାରୀ ଜାଗା ପ୍ରଦାନ ପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଏହି ବୈଠକରେ ମିଶନ ସଭାପତିଙ୍କ ସମେତ ଘନଶ୍ୟାମ ସାହୁ,ସଂଯୋଜିକା ଶ୍ରାବଣୀ ମିଶ୍ର,ଅର୍ଥ ସଚିବ ପ୍ରଦୀପ କୁମାର ସାହୁ,ଉଦୟନାଥ ନାୟକ, କୃଷ୍ଣପ୍ରିୟା ଦାଶ, ପଦ୍ମଚରଣ ସାହୁ, ପ୍ରଫୁଲ୍ଲ ନାୟକ, ଲକ୍ଷ୍ମୀଧର ସାହୁ, କୃପାସିନ୍ଧୁ କରଣ, ସତ୍ୟନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
ନୟାଗଡ଼ ରୁ ବିକ୍ରମ ସ୍ବାଇଁ ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡ଼ିଶା।