ଭୋଜପୁର ହାଇସ୍କୁଲରେ ପ୍ରତିଭା ମହୋତ୍ସବ ଅନୁଷ୍ଠିତ।

ସମ୍ବଲପୁର ;ତା-୨୧/୦୧(ବିଏମସି ଟିଭି ଓଡିଆ )

ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ଭୋଜପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ(ଏସଏସଡି) ଠାରେ ପ୍ରତିଭା ବିକାଶ ଅଭିଯାନ ପକ୍ଷରୁ ପ୍ରତିଭା ମହୋତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରୋହିତ କୁମାର ନାଥ ସଭାପତିତ୍ବ କରିଥିଲେ । ସମାଜସେବୀ ଡ଼ାକ୍ତର ହୃଦାନନ୍ଦ ନାୟକ ମୁଖ୍ୟ ଅତିଥି , ଅବସର ପ୍ରାପ୍ତ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ନାୟକ ମୁଖ୍ୟବକ୍ତା ଓ ଶ୍ରମିକ ନେତା ମହମ୍ମଦ ମୂର୍ତୁଜା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଗାନ୍ଧୀ ଓ ଗାନ୍ଧିବାଦ ଉପରେ ଆଲୋଚନା କରିଥିଲେ । ସହକାରୀ ଶିକ୍ଷକ ଚକ୍ରଧର ମାଝୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଅଭିଯାନର ସଂଯୋଜକ ରମେଶ କିସାନ ବାର୍ଷିକ ବିବରଣୀ ପାଠ କରିଥିଲେ । ଛାତ୍ରୀଗଣ ସ୍ଵାଗତ ସଙ୍ଗୀତ ଗାନ କରିଥିବା ବେଳେ ବରିଷ୍ଠ ଶିକ୍ଷକ ଆଦିତ୍ୟ ପ୍ରଧାନ ସ୍ଵାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅତିଥିଗଣ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । ଶେଷରେ ଶିକ୍ଷୟିତ୍ରୀ ପଙ୍କଜିନି ବାରିକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସୁଜାତା ତ୍ରିପାଠୀ, ସଂଜୁଲତା ବାଗ, ଅମିୟ ନାୟକ ସୁଶାନ୍ତ ଚୌଧୁରୀ, ରୁବୀ ଦାସ ପ୍ରମୁଖ ପରିଚାଳନା କରିଥିଲେ ।

ସମ୍ବଲପୁର ଜିଲ୍ଲା ପ୍ରତିନିଧି କୈଳାସ ମହାରଣାଙ୍କ ରିପୋର୍ଟ ବିଏମସି ନ୍ୟୁଜ୍ ଓଡ଼ିଶା।

Leave a Reply

Your email address will not be published. Required fields are marked *