ନୟାଗଡ ;ତା-୨୨/୧୨(ବିଏମସି ଟିଭି ଓଡ଼ିଆ)
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ଇଟାମାଟି ଠାରେ ୩୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ ଉତ୍ସବକୁ ଉଦ୍ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ନୟାଗଡ଼ ବ୍ଲକ ପୂର୍ବତନ ଅଧ୍ୟକ୍ଷ ପ୍ରହଲ୍ଲାଦ ବରାଡ଼ , ମୁଖ୍ୟବକ୍ତା ଶିକ୍ଷା ବିକାଶ ସମିତି ଓଡିଶା ପ୍ରାନ୍ତ କୋଷାଧ୍ୟକ୍ଷ ଶ୍ରୀ ସତ୍ୟନାରାୟଣ ପଟ୍ଟନାୟକ ଯୋଗ ଦେଇଥିଲେ । ବିଦ୍ୟାଳୟର ସମସ୍ୟା ଗୁଡ଼ିକ ଯଥାଶୀଘ୍ର ସମାଧାନ କରିବା ପାଇଁ ବିଧାୟକ ପ୍ରତିଶ୍ରୁତି ଦେଇଥିଲେ । ବିଦ୍ୟାଳୟ ପରିଚାଳନା ସମିତି ର ସମ୍ପାଦକ ରଜନୀକାନ୍ତ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ପ୍ରକାଶ ଜୀବନ ପାଳ ବିବରଣୀ ପାଠ କରିଥିଲେ । ବିଦ୍ୟାଳୟର ସଭାପତି ଅଭିମନ୍ୟୁ ନାୟକ ସଭାକାର୍ଯ୍ୟ ପରିଚାଳନା କରିଥିଲେ । କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବନ୍ଦେମାତରଂ କରାଯାଇ ସଭାକାର୍ଯ୍ୟ ଶେଷ କରାଯାଇଥିଲା । ପରିଶେଷରେ ସମସ୍ତ ଶିଶୁ ଭାଇଭଉଣୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗ ରେ ସଫଳ କରାଯାଇଥିଲା ।

ନୟାଗଡ ରୁ ବିକ୍ରମ ସ୍ବାଇଁ ଙ୍କ ରିପୋର୍ଟ ବିଏମସି ନ୍ୟୁଜ ଓଡିଶା।