ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ କାର୍ଯ୍ୟକ୍ରମ ଦଶପଲ୍ଲା ବ୍ଲକ ରେ ଅନୁଷ୍ଠିତ।

ନୟାଗଡ  ;ତା-୦୫/୦୨(ବିଏମସି ଟିଭି ଓଡ଼ିଆ)

ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାରେ “ବିକଶିତ ଗାଁ ବିକଶିତ ଓଡ଼ିଶା” ର ଶୁଭାରମ୍ଭ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତି ଗ୍ରାମସଭାରେ ପ୍ରସ୍ତୁତ ହେବ ଏହି ଯୋଜନା ତାଲିକା ।ଓଡ଼ିଶା ସରକାରଙ୍କ ପକ୍ଷରୁ “ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି ।

ଏଥି ସହିତ ଚଳିତ ମାସ  ୧୫ ତାରିଖ ସୁଦ୍ଧା ପ୍ରତି ଗ୍ରାମରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରିବା ପାଇଁ କୁହାଯାଇଛି ।୨୦୨୪-୨୫ରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ସରକାର ବଜେଟ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି। ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।

ଏହି କାର୍ଯ୍ୟକ୍ରମ ନୟାଗଡ ଜିଲ୍ଲା ର ସମସ୍ତ ବ୍ଲକ ହେବା ସହିତ ଦଶପଲ୍ଲା ବ୍ଲକ ପରିସରରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, କନ୍ଧମାଳ ସାଂସଦଙ୍କ ପ୍ରତିନିଧି କିଶୋର ଚନ୍ଦ୍ର ଦଳବେହେରା, ଏବିଡିଓ ସାରଦା ପ୍ରସନ୍ନ ମହାନ୍ତି , ତହସିଲଦାର ସ୍ମୃତି ରଞ୍ଜନ ଶତପଥୀ, ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀ  ଅବିନାଶ  ମହାନ୍ତି , ଦଶପଲ୍ଲା ଥାନା ଅଧିକାରୀ ଅନିତା ସାହୁ, ଦଶପଲ୍ଲା ବ୍ଲକ ର ସରକାରୀ ଯନ୍ତ୍ରୀ ଆଦିତ୍ୟ ଜେନା, ସି ଡିପିଓ ସୁଜାତା ସାମଲ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।  ଇଞ୍ଜିନିୟର ଅଶୋକ କୁମାର ଦଳବେହେରା ମଞ୍ଚରେ ଉପସ୍ଥିତ ରହି ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ।



ଦଶପଲ୍ଲା ରୁ ବଳଭଦ୍ର କର ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡିଶା।

Leave a Reply

Your email address will not be published. Required fields are marked *