ଗଞ୍ଜାମ ;ତା-୩୧/୦୫(ବିଏମସି ଟିଭି ଓଡ଼ିଆ)
ଭାରତରେ ପ୍ରାୟ ବର୍ଷକୁ ୧୪ ଲକ୍ଷ ଲୋକ ତମାଖୁ ସେବନ ଯୋଗୁ ଜୀବନ ହରାଉଛନ୍ତି। ପ୍ରତି ବର୍ଷ ଭାରତରେ ବିଭିନ୍ନ କାରଣରୁ ଯେତିକି ମୃତ୍ୟୁ ହେଉଛି, ତା’ର ପ୍ରାୟ ୧୦ ପ୍ରତିଶତ କେବଳ ତମାଖୁଜନିତ । ଜନସାଧାରଣ, ବିଶେଷକରି ଯୁବ ସମାଜ ଏଥିରୁ କିପରି ମୁକ୍ତି ପାଇବେ, ସେ ବିଷୟକୁ ଆଜି ଗମ୍ଭିରତାର ସହ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନଭେନ୍ସନ୍ ହଲ୍ ଠାରେ ବିଶ୍ୱ ତମାଖୁ ନିଷେଧ ଦିବସ ପାଳନ ଉପଲକ୍ଷେ ଆୟୋଜିତ ସଚେତନତା ଅଭିଯାନର ଶୁଭାରମ୍ଭ ଅବସରରେ କହିଛନ୍ତି।ଏହି ପରିପ୍ରେକ୍ଷୀରେ ଜିଲ୍ଲାରୁ ଆଭାସୀ ମାଧ୍ୟମରେ ଏହି ଆମ ସଂକଳ୍ପ ଅଭିଯାନ ରେ ଜିଲ୍ଲା ପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା, ଆରକ୍ଷୀ ଅଧିକ୍ଷକ ଶ୍ରୀ ଶୁଭେନ୍ଦୁପାତ୍ର ,ବ୍ରହ୍ମପୁର ଆରକ୍ଷୀଅଧିକ୍ଷକ
ପ୍ରୋଜେକ୍ଟ Director ଏମ୍ ମଧୁମିତା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି, ଅବକାରୀ ଅଧିକ୍ଷକ ଅମରେନ୍ଦ୍ର କୁମାର ଜେନା, ପ୍ରବିଣପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଜିଲ୍ଲା କ୍ରୀଡା ଅଧିକାରୀ ତଥା ଅବକାରୀ ବିଭାଗ ର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ତମାଖୁ, ବିଷାକ୍ତ ମଦ ଓ ଡ୍ରଗ୍ସ ବ୍ୟବହାର ଓ ପ୍ରସାରକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ପ୍ରଥମ ପର୍ଯ୍ୟାୟରେ ବିଶ୍ୱ ତମାଖୁ ନିଷେଧ ଦିବସ ମଇ ୩୧ ତାରିଖ ଠାରୁ ଜୁନ ୨୬ ତାରିଖ ପର୍ଯ୍ୟନ୍ତ, ଦ୍ୱିତୀୟ ପର୍ଯ୍ୟାୟରେ ଜୁନ୍ ୨୬ ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ, ତୃତୀୟ ପର୍ଯ୍ୟାୟରେ ଅକ୍ଟୋବର ୨ ଏବଂ ଚତୁର୍ଥ ପର୍ଯ୍ୟାୟରେ ଡିସେମ୍ବର ୨୫ରୁ ୨୦୨୬ ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ଏକ ବର୍ଷ ଧରି ଏହି ସଚେତନତା ଅଭିଯାନ ଜାରି ରହିବ। ତମାଖୁ ସେବନର ଅପକାରିତା ଏବଂ ସ୍ୱାସ୍ଥ୍ୟଗତ ଭୟାବହତା ଉପରେ ସଚେତନତା ସୃଷ୍ଟି ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ସଚେତନତା ଅଭିଯାନକୁ ଘରେ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ। ଜିଲ୍ଲା ରେ ମଧ୍ୟ ଏହି ସଚେତନତା ଅଭିଯାନ ଆରମ୍ଭ ହୋଇଛି ଯାହା ପ୍ରତ୍ୟେକ ବ୍ଲକ୍ ଓ ପୌରାଞ୍ଚଳ ବାସୀଙ୍କୁ ସଚେତନ କରାଇବ।
ଗଞ୍ଜାମର ରୁ ନିମାଇଁ ଚରଣ ପଣ୍ଡା ଙ୍କ ରିପୋର୍ଟ ବିଏମସି ନିୟୁଜ ଓଡ଼ିଶା।